1. {ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି} [PS] ସଦାପ୍ରଭୁଙ୍କର ଧନ୍ୟବାଦ କର, [QBR] ତାହାଙ୍କ ନାମରେ ପ୍ରାର୍ଥନା କର, [QBR] ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। [QBR]
2. ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, [QBR] ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [QBR] ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। [QBR]
3. ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; [QBR] ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। [QBR]
4. ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; [QBR] ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। [QBR]
5. ହେ ତାହାଙ୍କ ଦାସ ଅବ୍ରହାମର ବଂଶ, [QBR] ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, [QBR]
6. ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ [QBR] ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। [QBR]
7. ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; [QBR] ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। [QBR]
8. ସେ ଆପଣା ନିୟମ, ଅର୍ଥାତ୍, [QBR] ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, [QBR]
9. ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, [QBR] ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି। [QBR]
10. ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ [QBR] ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, [QBR]
11. ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ [QBR] ତୁମ୍ଭକୁ କିଣାନ ଦେଶ ଦେବା। [QBR]
12. ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ [QBR] ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ। [QBR]
13. ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, [QBR] ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ। [QBR]
14. ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; [QBR] ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ; [QBR]
15. “ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ [QBR] ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ।” [QBR]
16. ଏଥିଉତ୍ତାରେ ସେ ଦେଶରେ [* ଦେଶରେ ମିସର ଦେଶରେ] ଦୁର୍ଭିକ୍ଷ ଆଜ୍ଞା କଲେ; [QBR] ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ। [QBR]
17. ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; [QBR] ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; [QBR]
18. ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; [QBR] ସେ ଲୌହ ଶୃଙ୍ଖଳରେ ରଖାଗଲା; [QBR]
19. ଶେଷରେ ତାହାର ବଚନ ସଫଳ ହେଲା; [QBR] ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା। [QBR]
20. ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; [QBR] ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା। [QBR]
21. ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ [QBR] ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; [QBR]
22. ତାହାକୁ ଆପଣା ଗୃହର ପ୍ରଭୁ ଓ [QBR] ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା। [QBR]
23. ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା [QBR] ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା। [QBR]
24. ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ [QBR] ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ। [QBR]
25. ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ [QBR] ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ। [QBR]
26. ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା [QBR] ମନୋନୀତ ହାରୋଣଙ୍କୁ ପଠାଇଲେ। [QBR]
27. ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ [QBR] ହାମ୍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ। [QBR]
28. ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; [QBR] ଆଉ, ସେମାନେ [† ସେମାନେ ମିସରୀୟମାନେ] ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ। [QBR]
29. ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ [QBR] ମାଛସବୁ ମାରି ପକାଇଲେ। [QBR]
30. ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର [QBR] ବେଙ୍ଗରେ ପରିପୂର୍ଣ୍ଣ ହେଲା। [QBR]
31. ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ [QBR] ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ। [QBR]
32. ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ [QBR] ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ। [QBR]
33. ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ [QBR] ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ। [QBR]
34. ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ [QBR] ପତଙ୍ଗ ଉପସ୍ଥିତ ହେଲେ; [QBR]
35. ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ [QBR] ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ। [QBR]
36. ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, [QBR] ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ। [QBR]
37. ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ [QBR] ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା। [QBR]
38. ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; [QBR] କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା। [QBR]
39. ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ [QBR] ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ। [QBR]
40. ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ [QBR] ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ। [QBR]
41. ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; [QBR] ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା। [QBR]
42. କାରଣ ସେ ଆପଣା ପବିତ୍ର ବାକ୍ୟ ଓ [QBR] ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ। [QBR]
43. ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ [QBR] ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ। [QBR]
44. ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ [QBR] ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, [QBR]
45. ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ [QBR] ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]