ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି } [QS]ସଦାପ୍ରଭୁଙ୍କର ଧନ୍ୟବାଦ କର, [QE][QS]ତାହାଙ୍କ ନାମରେ ପ୍ରାର୍ଥନା କର, [QE][QS]ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। [QE]
2. [QS]ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, [QE][QS]ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [QE][QS]ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। [QE]
3. [QS]ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; [QE][QS]ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। [QE]
4. [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; [QE][QS]ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। [QE]
5. [QS]ହେ ତାହାଙ୍କ ଦାସ ଅବ୍ରହାମର ବଂଶ, [QE][QS]ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, [QE]
6. [QS]ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ [QE][QS]ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। [QE]
7. [QS]ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; [QE][QS]ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। [QE]
8. [QS]ସେ ଆପଣା ନିୟମ, ଅର୍ଥାତ୍‍, [QE][QS]ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, [QE]
9. [QS]ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, [QE][QS]ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି। [QE]
10. [QS]ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ [QE][QS]ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, [QE]
11. [QS]ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ [QE][QS]ତୁମ୍ଭକୁ କିଣାନ ଦେଶ ଦେବା। [QE]
12. [QS]ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ [QE][QS]ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ। [QE]
13. [QS]ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, [QE][QS]ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ। [QE]
14. [QS]ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; [QE][QS]ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ; [QE]
15. [QS]“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ [QE][QS]ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।” [QE]
16. [QS]ଏଥିଉତ୍ତାରେ ସେ ଦେଶରେ[* ଦେଶରେ ମିସର ଦେଶରେ ] ଦୁର୍ଭିକ୍ଷ ଆଜ୍ଞା କଲେ; [QE][QS]ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ। [QE]
17. [QS]ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; [QE][QS]ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; [QE]
18. [QS]ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; [QE][QS]ସେ ଲୌହ ଶୃଙ୍ଖଳରେ ରଖାଗଲା; [QE]
19. [QS]ଶେଷରେ ତାହାର ବଚନ ସଫଳ ହେଲା; [QE][QS]ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା। [QE]
20. [QS]ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; [QE][QS]ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା। [QE]
21. [QS]ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ [QE][QS]ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; [QE]
22. [QS]ତାହାକୁ ଆପଣା ଗୃହର ପ୍ରଭୁ ଓ [QE][QS]ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା। [QE]
23. [QS]ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା [QE][QS]ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା। [QE]
24. [QS]ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ [QE][QS]ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ। [QE]
25. [QS]ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ [QE][QS]ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ। [QE]
26. [QS]ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା [QE][QS]ମନୋନୀତ ହାରୋଣଙ୍କୁ ପଠାଇଲେ। [QE]
27. [QS]ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ [QE][QS]ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ। [QE]
28. [QS]ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; [QE][QS]ଆଉ, ସେମାନେ[† ସେମାନେ ମିସରୀୟମାନେ ] ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ। [QE]
29. [QS]ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ [QE][QS]ମାଛସବୁ ମାରି ପକାଇଲେ। [QE]
30. [QS]ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର [QE][QS]ବେଙ୍ଗରେ ପରିପୂର୍ଣ୍ଣ ହେଲା। [QE]
31. [QS]ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ [QE][QS]ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ। [QE]
32. [QS]ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ [QE][QS]ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ। [QE]
33. [QS]ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ [QE][QS]ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ। [QE]
34. [QS]ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ [QE][QS]ପତଙ୍ଗ ଉପସ୍ଥିତ ହେଲେ; [QE]
35. [QS]ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ [QE][QS]ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ। [QE]
36. [QS]ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, [QE][QS]ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ। [QE]
37. [QS]ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ [QE][QS]ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା। [QE]
38. [QS]ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; [QE][QS]କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା। [QE]
39. [QS]ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ [QE][QS]ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ। [QE]
40. [QS]ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ [QE][QS]ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ। [QE]
41. [QS]ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; [QE][QS]ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା। [QE]
42. [QS]କାରଣ ସେ ଆପଣା ପବିତ୍ର ବାକ୍ୟ ଓ [QE][QS]ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ। [QE]
43. [QS]ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ [QE][QS]ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ। [QE]
44. [QS]ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ [QE][QS]ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, [QE]
45. [QS]ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ [QE][QS]ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 105 / 150
ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି 1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। 8 ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି। 10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, 11 ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା। 12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ। 13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ। 14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ; 15 “ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।” 16 ଏଥିଉତ୍ତାରେ ସେ ଦେଶରେ* ଦେଶରେ ମିସର ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ। 17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; 18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା; 19 ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା। 20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା। 21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; 22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା। 23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା। 24 ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ। 25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ। 26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ। 27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ। 28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ସେମାନେ ମିସରୀୟମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ। 29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ। 30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା। 31 ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ। 32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ। 33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ। 34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ; 35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ। 36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ। 37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା। 38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା। 39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ। 40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ। 41 ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା। 42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ। 43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ। 44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, 45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 105 / 150
×

Alert

×

Oriya Letters Keypad References