1. {ମଙ୍ଗଳମୟ ପରମେଶ୍ୱର} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। [QBR] ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। [QBR]
2. ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ ? [QBR] ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ ? [QBR]
3. ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ [QBR] ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ। [QBR]
4. ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି [QBR] ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; [QBR] ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ; [QBR]
5. ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, [QBR] ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, [QBR] ତୁମ୍ଭ ଅଧିକାର ସହିତ ଦର୍ପ କରିବି। [QBR]
6. ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, [QBR] ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ। [QBR]
7. ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; [QBR] ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; [QBR] ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ। [QBR]
8. ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ [QBR] ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ। [QBR]
9. ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; [QBR] ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ। [QBR]
10. ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ [QBR] ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ। [QBR]
11. ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; [QBR] ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ। [QBR]
12. ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; [QBR] ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ। [QBR]
13. ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; [QBR] ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ; [QBR]
14. ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ [QBR] ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ। [QBR]
15. ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; [QBR] ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ। [QBR]
16. ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ [QBR] ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ। [QBR]
17. ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା [QBR] ଓ ଅବୀରାମ୍ର ଦଳକୁ ଆଚ୍ଛାଦନ କଲା। [QBR]
18. ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; [QBR] ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା। [QBR]
19. ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ [QBR] ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ। [QBR]
20. ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା [QBR] ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ। [QBR]
21. ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ [QBR] ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ; [QBR]
22. ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ। [QBR]
23. ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, [QBR] ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, [QBR] ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ। [QBR]
24. ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, [QBR] ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ। [QBR]
25. ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, [QBR] ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। [QBR]
26. ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ [QBR] ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ [QBR]
27. ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା [QBR] ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ। [QBR]
28. ଆହୁରି, ସେମାନେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ [QBR] ଓ ମୃତମାନଙ୍କର ବଳି ଭୋଜନ କଲେ। [QBR]
29. ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; [QBR] ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା। [QBR]
30. ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; [QBR] ତହିଁରେ ମହାମାରୀ ନିବୃତ୍ତ ହେଲା। [QBR]
31. ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ [QBR] ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। [QBR]
32. ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, [QBR] ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା, [QBR]
33. ଯେହେତୁ ସେମାନେ ମୋଶାଙ୍କ ଆତ୍ମା [* ମୋଶାଙ୍କ ଆତ୍ମା ପରମେଶ୍ଵରଙ୍କ ଆତ୍ମା] ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, [QBR] ସେ [† ସେ ମୋଶା] ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ। [QBR]
34. ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ [QBR] ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ। [QBR]
35. ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ [QBR] ଓ ସେମାନଙ୍କ କ୍ରିୟାସବୁ ଶିଖିଲେ। [QBR]
36. ଆଉ, ସେମାନଙ୍କ ଦେବତାଗଣର ସେବା କଲେ; [QBR] ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା। [QBR]
37. ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ। [QBR]
38. ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, [QBR] ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; [QBR] ତହିଁରେ ଦେଶ ରକ୍ତରେ ଅଶୁଚି ହେଲା। [QBR]
39. ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ [QBR] ଓ ବ୍ୟବହାରରେ ବ୍ୟଭିଚାର କଲେ। [QBR]
40. ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, [QBR] ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ। [QBR]
41. ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ [QBR] ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; [QBR]
42. ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, [QBR] ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ। [QBR]
43. ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; [QBR] ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ [QBR] ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ। [QBR]
44. ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ। [QBR]
45. ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ [QBR] ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ। [QBR]
46. ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, [QBR] ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ। [QBR]
47. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, [QBR] ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, [QBR] ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର [QBR] ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର। [QBR]
48. ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ [QBR] ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। [QBR] ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]