1. {#1ମଙ୍ଗଳମୟ ପରମେଶ୍ୱର } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। [QE][QS]ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। [QE]
2. [QS]ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ ? [QE][QS]ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ ? [QE]
3. [QS]ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ [QE][QS]ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ। [QE]
4. [QS]ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି [QE][QS]ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; [QE][QS]ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ; [QE]
5. [QS]ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, [QE][QS]ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, [QE][QS]ତୁମ୍ଭ ଅଧିକାର ସହିତ ଦର୍ପ କରିବି। [QE]
6. [QS]ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, [QE][QS]ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ। [QE]
7. [QS]ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; [QE][QS]ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; [QE][QS]ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ। [QE]
8. [QS]ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ [QE][QS]ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ। [QE]
9. [QS]ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; [QE][QS]ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ। [QE]
10. [QS]ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ [QE][QS]ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ। [QE]
11. [QS]ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; [QE][QS]ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ। [QE]
12. [QS]ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; [QE][QS]ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ। [QE]
13. [QS]ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; [QE][QS]ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ; [QE]
14. [QS]ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ [QE][QS]ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ। [QE]
15. [QS]ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; [QE][QS]ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ। [QE]
16. [QS]ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ [QE][QS]ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ। [QE]
17. [QS]ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା [QE][QS]ଓ ଅବୀରାମ୍ର ଦଳକୁ ଆଚ୍ଛାଦନ କଲା। [QE]
18. [QS]ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; [QE][QS]ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା। [QE]
19. [QS]ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ [QE][QS]ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ। [QE]
20. [QS]ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା [QE][QS]ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ। [QE]
21. [QS]ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ [QE][QS]ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ; [QE]
22. [QS]ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ। [QE]
23. [QS]ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, [QE][QS]ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, [QE][QS]ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ। [QE]
24. [QS]ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, [QE][QS]ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ। [QE]
25. [QS]ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, [QE][QS]ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। [QE]
26. [QS]ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ [QE][QS]ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ [QE]
27. [QS]ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା [QE][QS]ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ। [QE]
28. [QS]ଆହୁରି, ସେମାନେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ [QE][QS]ଓ ମୃତମାନଙ୍କର ବଳି ଭୋଜନ କଲେ। [QE]
29. [QS]ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; [QE][QS]ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା। [QE]
30. [QS]ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; [QE][QS]ତହିଁରେ ମହାମାରୀ ନିବୃତ୍ତ ହେଲା। [QE]
31. [QS]ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ [QE][QS]ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। [QE]
32. [QS]ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, [QE][QS]ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା, [QE]
33. [QS]ଯେହେତୁ ସେମାନେ ମୋଶାଙ୍କ ଆତ୍ମା[* ମୋଶାଙ୍କ ଆତ୍ମା ପରମେଶ୍ଵରଙ୍କ ଆତ୍ମା ] ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, [QE][QS]ସେ [† ସେ ମୋଶା ] ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ। [QE]
34. [QS]ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ [QE][QS]ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ। [QE]
35. [QS]ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ [QE][QS]ଓ ସେମାନଙ୍କ କ୍ରିୟାସବୁ ଶିଖିଲେ। [QE]
36. [QS]ଆଉ, ସେମାନଙ୍କ ଦେବତାଗଣର ସେବା କଲେ; [QE][QS]ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା। [QE]
37. [QS]ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ। [QE]
38. [QS]ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, [QE][QS]ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; [QE][QS]ତହିଁରେ ଦେଶ ରକ୍ତରେ ଅଶୁଚି ହେଲା। [QE]
39. [QS]ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ [QE][QS]ଓ ବ୍ୟବହାରରେ ବ୍ୟଭିଚାର କଲେ। [QE]
40. [QS]ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, [QE][QS]ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ। [QE]
41. [QS]ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ [QE][QS]ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; [QE]
42. [QS]ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, [QE][QS]ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ। [QE]
43. [QS]ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; [QE][QS]ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ [QE][QS]ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ। [QE]
44. [QS]ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ। [QE]
45. [QS]ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ [QE][QS]ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ। [QE]
46. [QS]ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, [QE][QS]ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ। [QE]
47. [QS]ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, [QE][QS]ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, [QE][QS]ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର [QE][QS]ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର। [QE]
48. [QS]ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ [QE][QS]ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। [QE][QS]ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]