1. {#35 ପଞ୍ଚମ ଖଣ୍ଡ }{#1ମଙ୍ଗଳମୟ ସଦାପ୍ରଭୁଙ୍କର ସ୍ତୁତି } [QS]ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; [QE][QS]ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
2. [QS]ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି [QE][QS]ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ, [QE]
3. [QS]ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, [QE][QS]ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ। [QE]
4. [QS]ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; [QE][QS]ସେମାନେ କୌଣସି ବସତି-ନଗର ପାଇଲେ ନାହିଁ। [QE]
5. [QS]କ୍ଷୁଧିତ ଓ ତୃଷିତ ହୋଇ [QE][QS]ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା। [QE]
6. [QS]ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, [QE][QS]ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ। [QE]
7. [QS]ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, [QE][QS]ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ। [QE]
8. [QS]ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QE][QS]ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ। [QE]
9. [QS]ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି [QE][QS]ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି। [QE]
10. [QS]କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ [QE][QS]ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ, [QE]
11. [QS]ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ; [QE]
12. [QS]ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; [QE][QS]ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା। [QE]
13. [QS]ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, [QE][QS]ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ। [QE]
14. [QS]ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ [QE][QS]ଓ ସେମାନଙ୍କ ବନ୍ଧନ ଛେଦନ କଲେ। [QE]
15. [QS]ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QE][QS]ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ! [QE]
16. [QS]ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି [QE][QS]ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି। [QE]
17. [QS]ମୂର୍ଖମାନେ ଆପଣା ଆପଣା ଅପରାଧ ଓ [QE][QS]ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି। [QE]
18. [QS]ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ [QE][QS]ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି। [QE]
19. [QS]ତେବେ ସେମାନେ ଆପଣା ଆପଣା ସଙ୍କଟ [QE][QS]ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, [QE][QS]ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି। [QE]
20. [QS]ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, [QE][QS]ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି। [QE]
21. [QS]ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QE][QS]ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ। [QE]
22. [QS]ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ [QE][QS]ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ। [QE]
23. [QS]ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, [QE][QS]ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି, [QE]
24. [QS]ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ [QE][QS]ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି। [QE]
25. [QS]ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, [QE][QS]ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ। [QE]
26. [QS]ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; [QE][QS]ବିପଦ ସକାଶୁ ଲୋକମାନଙ୍କ[* ଲୋକମାନଙ୍କ ଅର୍ଥାତ୍ ନାବିକମାନଙ୍କ ] ପ୍ରାଣ ତରଳି ଯାଏ। [QE]
27. [QS]ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି [QE][QS]ଓ ସେମାନଙ୍କ ବୁଦ୍ଧି ହଜିଯାଏ। [QE]
28. [QS]ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, [QE][QS]ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି। [QE]
29. [QS]ସେ ବତାସକୁ ସୁସ୍ଥିର କରନ୍ତି, [QE][QS]ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ। [QE]
30. [QS]ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; [QE][QS]ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି। [QE]
31. [QS]ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QE][QS]ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ! [QE]
32. [QS]ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ [QE][QS]ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ। [QE]
33. [QS]ସେ ନଦନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି। [QE]
34. [QS]ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ [QE][QS]ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି। [QE]
35. [QS]ସେ ପ୍ରାନ୍ତରକୁ ଜଳାଶୟ ଓ [QE][QS]ଶୁଷ୍କ ଭୂମିକୁ ଝରମୟ କରନ୍ତି। [QE]
36. [QS]ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ [QE][QS]ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ [QE]
37. [QS]ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, [QE][QS]ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି। [QE]
38. [QS]ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, [QE][QS]ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; [QE][QS]ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ। [QE]
39. [QS]ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା [QE][QS]ନ୍ୟୁନୀକୃତ ଓ ଅବନତ ହୁଅନ୍ତି। [QE]
40. [QS]ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, [QE][QS]ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି। [QE]
41. [QS]ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି [QE][QS]ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି। [QE]
42. [QS]ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; [QE][QS]ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ। [QE]
43. [QS]ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, [QE][QS]ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ। [QE]