1. {#1ଦୁର୍ଦ୍ଦଶାଗ୍ରସ୍ତ ଲୋକର ଅଭିଯୋଗ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ; *[PE][QS]କାରଣ ଲୋକମାନେ ମୋ’ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ [QE][QS]ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। [QE][QS]ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋ’ ସଙ୍ଗେ କଥା କହିଅଛନ୍ତି। [QE]
3. [QS]ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି [QE][QS]ଓ ବିନା କାରଣରେ ମୋ’ ସଙ୍ଗେ ଯୁଦ୍ଧ କରିଅଛନ୍ତି। [QE]
4. [QS]ମୋ’ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; [QE][QS]ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ। [QE]
5. [QS]ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ [QE][QS]ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି। [QE]
6. [QS]ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; [QE][QS]ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ। [QE]
7. [QS]ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; [QE][QS]ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ। [QE]
8. [QS]ତାହାର ଆୟୁ ଅଳ୍ପ ହେଉ [QE][QS]ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ। [QE]
9. [QS]ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ [QE][QS]ଓ ତାହାର ଭାର୍ଯ୍ୟା ବିଧବା ହେଉ। [QE]
10. [QS]ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ [QE][QS]ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ। [QE]
11. [QS]ମହାଜନ ତାହାର ସର୍ବସ୍ୱ ଧରୁ; [QE][QS]ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ। [QE]
12. [QS]ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, [QE][QS]କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ। [QE]
13. [QS]ତାହାର ବଂଶ ଉଚ୍ଛିନ୍ନ ହେଉ; [QE][QS]ଆସନ୍ତା ପୁରୁଷରେ ତାହାଙ୍କ[* ତାହାଙ୍କ ସେମାନଙ୍କ ] ନାମ ଲୁପ୍ତ ହେଉ। [QE]
14. [QS]ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ [QE][QS]ଓ ତାହାର ମାତାର ପାପ ଲୁପ୍ତ ନ ହେଉ। [QE]
15. [QS]ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, [QE][QS]ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ। [QE]
16. [QS]ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। [QE][QS]ମାତ୍ର ଦୁଃଖୀ, ଦୀନହୀନ ଓ [QE][QS]ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା। [QE]
17. [QS]ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; [QE][QS]ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା। [QE]
18. [QS]ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, [QE][QS]ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ [QE][QS]ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା। [QE]
19. [QS]ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି [QE][QS]ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ। [QE]
20. [QS]ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ [QE][QS]ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ। [QE]
21. [QS]ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ’ ପ୍ରତି ବ୍ୟବହାର କର; [QE][QS]ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର। [QE]
22. [QS]କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, [QE][QS]ଓ ମୋ’ ଅନ୍ତରରେ ମୋ’ ହୃଦୟ କ୍ଷତବିକ୍ଷତ ହୋଇଅଛି। [QE]
23. [QS]ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; [QE][QS]ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି। [QE]
24. [QS]ଉପବାସରେ ମୋ’ ଆଣ୍ଠୁ ଦୁର୍ବଳ ଅଛି ଓ [QE][QS]ମେଦର ଅଭାବରୁ ମୋ’ ମାଂସ କ୍ଷୀଣ ହୁଏ। [QE]
25. [QS]ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; [QE][QS]ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି। [QE]
26. [QS]ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; [QE][QS]ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର। [QE]
27. [QS]ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ [QE][QS]ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ। [QE]
28. [QS]ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; [QE][QS]ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ। [QE]
29. [QS]ମୋ’ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, [QE][QS]ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ। [QE]
30. [QS]ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; [QE][QS]ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି। [QE]
31. [QS]କାରଣ ସେ ଦୀନହୀନକୁ ତାହାର ପ୍ରାଣର [QE][QS]ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।[† ତାହାର ଡାହାଣରେ ଠିଆ ହେବେ। ଅର୍ଥାତ୍ ତାହାର ସାହାଯ୍ୟ କରିବେ ] [QE]