1. {ସଦାପ୍ରଭୁଙ୍କଠାରେ ନିର୍ଭର} PS ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;
ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ? |
2. କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି,
ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। |
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି,
ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ। |