ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କଠାରେ ନିର୍ଭର} [PS] ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; [QBR] ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, [QBR] ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ? [QBR]
2. କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, [QBR] ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। [QBR]
3. ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, [QBR] ତେବେ ଧାର୍ମିକ କ’ଣ କରି ପାରିବ ? [QBR]
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, [QBR] ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, [QBR] ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ। [QBR]
5. ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; [QBR] ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। [QBR]
6. ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; [QBR] ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। [QBR]
7. କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; [QBR] ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ। [PE]

Notes

No Verse Added

Total 150 Chapters, Current Chapter 11 of Total Chapters 150
ଗୀତସଂହିତା 11:79
1. {ସଦାପ୍ରଭୁଙ୍କଠାରେ ନିର୍ଭର} PS ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;
ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ,
ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?
2. କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି,
ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।
3. ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ,
ତେବେ ଧାର୍ମିକ କ’ଣ କରି ପାରିବ ?
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି,
ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ,
ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
5. ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି;
ମାତ୍ର ଦୁଷ୍ଟ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
6. ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ;
ଅଗ୍ନି, ଗନ୍ଧକ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
7. କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି;
ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ। PE
Total 150 Chapters, Current Chapter 11 of Total Chapters 150
×

Alert

×

oriya Letters Keypad References