1. {ପରମେଶ୍ୱରଙ୍କ ସ୍ତୁତି} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ [QBR] ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। [QBR]
2. ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, [QBR] ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। [QBR]
3. ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; [QBR] ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। [QBR]
4. ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; [QBR] ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। [QBR]
5. ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; [QBR] ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। [QBR]
6. ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ [QBR] ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି। [QBR]
7. ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, [QBR] ତାହାଙ୍କ ବିଧିସକଳ ଅଟଳ। [QBR]
8. ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; [QBR] ତାହାସବୁ ସତ୍ୟତା ଓ ସରଳତାରେ ସାଧିତ। [QBR]
9. ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; [QBR] ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; [QBR] ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। [QBR]
10. ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; [QBR] ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; [QBR] ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ। [PE]