1. {ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, [QBR] ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, [QBR] ସଦାପ୍ରଭୁଙ୍କ ନାମର ପ୍ରଶଂସା କର। [QBR]
2. ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। [QBR]
3. ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ [QBR] ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। [QBR]
4. ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ [QBR] ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। [QBR] ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, [QBR]
5. ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, [QBR]
6. ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ? [QBR]
7. ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, [QBR]
8. ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। [QBR]
9. ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ [QBR] ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]