1. {#1ଏକମାତ୍ର ସତ୍ୟ ପରମେଶ୍ୱର } [QS]ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, [QE][QS]ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ [QE][QS]ଆପଣା ନାମକୁ ଗୌରବାନ୍ୱିତ କର। [QE]
2. [QS]“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା [QE][QS]ଅନ୍ୟ ଦେଶୀୟମାନେ କାହିଁକି କହିବେ ? [QE]
3. [QS]ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; [QE][QS]ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି। [QE]
4. [QS]ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, [QE][QS]ମନୁଷ୍ୟର ହସ୍ତକୃତ କର୍ମ ଅଟେ। [QE]
5. [QS]ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; [QE][QS]ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ। [QE]
6. [QS]ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; [QE][QS]ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; [QE]
7. [QS]ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; [QE][QS]ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; [QE][QS]କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ। [QE]
8. [QS]ସେମାନଙ୍କର ନିର୍ମାଣକାରୀମାନେ ଓ [QE][QS]ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ। [QE]
9. [QS]ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; [QE][QS]ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। [QE]
10. [QS]ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; [QE][QS]ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। [QE]
11. [QS]ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; [QE][QS]ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। [QE]
12. [QS]ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; [QE][QS]ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; [QE][QS]ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ। [QE]
13. [QS]ସେ ସଦାପ୍ରଭୁଙ୍କ ଭୟକାରୀ [QE][QS]ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ। [QE]
14. [QS]ସଦାପ୍ରଭୁ ତୁମ୍ଭମାନଙ୍କୁ, [QE][QS]ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ। [QE]
15. [QS]ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା [QE][QS]ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ। [QE]
16. [QS]ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; [QE][QS]ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି। [QE]
17. [QS]ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, [QE][QS]ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ; [QE]
18. [QS]ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ [QE][QS]ସଦାପ୍ରଭୁଙ୍କର ଧନ୍ୟବାଦ କରିବା। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]