1. {ବିଜୟ ପାଇଁ ଧନ୍ୟବାଦ ପ୍ରାର୍ଥନା} [PS] ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; [QBR] ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
2. ଇସ୍ରାଏଲ ଏବେ କହନ୍ତୁ ଯେ, [QBR] “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” [QBR]
3. ହାରୋଣ-ବଂଶ ଏବେ କହନ୍ତୁ ଯେ, [QBR] “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” [QBR]
4. ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, [QBR] “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” [QBR]
5. ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; [QBR] ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ। [QBR]
6. ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; [QBR] ମନୁଷ୍ୟ ମୋହର କଅଣ କରି ପାରେ ? [QBR]
7. ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; [QBR] ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି। [QBR]
8. ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା [QBR] ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। [QBR]
9. ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା [QBR] ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। [QBR]
10. ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; [QBR] ସଦାପ୍ରଭୁଙ୍କ ନାମରେ [* ନାମରେ ଅର୍ଥାତ୍ ବଳରେ] ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। [QBR]
11. ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; [QBR] ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। [QBR]
12. ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; [QBR] ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; [QBR] ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। [QBR]
13. ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; [QBR] ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ। [QBR]
14. ସଦାପ୍ରଭୁ ମୋହର ବଳ ଓ ଗାନ; [QBR] ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି। [QBR]
15. ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; [QBR] ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। [QBR]
16. ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; [QBR] ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। [QBR]
17. ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି [QBR] ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି। [QBR]
18. ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; [QBR] ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି। [QBR]
19. ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; [QBR] ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। [QBR]
20. ଏହି ସଦାପ୍ରଭୁଙ୍କ ଦ୍ୱାର; [QBR] ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ। [QBR]
21. ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ [QBR] ଓ ମୋହର ପରିତ୍ରାଣ ହୋଇଅଛି। [QBR]
22. ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, [QBR] ତାହା କୋଣର ପ୍ରଧାନ ପଥର ହୋଇଅଛି। [QBR]
23. ଏହା ସଦାପ୍ରଭୁଙ୍କ କର୍ମ; [QBR] ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ। [QBR]
24. ଏହା ସଦାପ୍ରଭୁଙ୍କ କୃତ ଦିନ; [QBR] ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା। [QBR]
25. ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; [QBR] ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର। [QBR]
26. ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; [QBR] ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। [QBR]
27. ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; [QBR] ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ। [QBR]
28. ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; [QBR] ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି। [QBR]
29. ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; [QBR] ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ। [PE]