1. {#1ବିଜୟ ପାଇଁ ଧନ୍ୟବାଦ ପ୍ରାର୍ଥନା } [QS]ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; [QE][QS]ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
2. [QS]ଇସ୍ରାଏଲ ଏବେ କହନ୍ତୁ ଯେ, [QE][QS]“ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” [QE]
3. [QS]ହାରୋଣ-ବଂଶ ଏବେ କହନ୍ତୁ ଯେ, [QE][QS]“ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” [QE]
4. [QS]ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, [QE][QS]“ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” [QE]
5. [QS]ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; [QE][QS]ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ। [QE]
6. [QS]ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; [QE][QS]ମନୁଷ୍ୟ ମୋହର କଅଣ କରି ପାରେ ? [QE]
7. [QS]ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; [QE][QS]ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି। [QE]
8. [QS]ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା [QE][QS]ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। [QE]
9. [QS]ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା [QE][QS]ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। [QE]
10. [QS]ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; [QE][QS]ସଦାପ୍ରଭୁଙ୍କ ନାମରେ[* ନାମରେ ଅର୍ଥାତ୍ ବଳରେ ] ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। [QE]
11. [QS]ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; [QE][QS]ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। [QE]
12. [QS]ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; [QE][QS]ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; [QE][QS]ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। [QE]
13. [QS]ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; [QE][QS]ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ। [QE]
14. [QS]ସଦାପ୍ରଭୁ ମୋହର ବଳ ଓ ଗାନ; [QE][QS]ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି। [QE]
15. [QS]ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; [QE][QS]ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। [QE]
16. [QS]ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; [QE][QS]ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। [QE]
17. [QS]ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି [QE][QS]ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି। [QE]
18. [QS]ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; [QE][QS]ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି। [QE]
19. [QS]ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; [QE][QS]ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। [QE]
20. [QS]ଏହି ସଦାପ୍ରଭୁଙ୍କ ଦ୍ୱାର; [QE][QS]ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ। [QE]
21. [QS]ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ [QE][QS]ଓ ମୋହର ପରିତ୍ରାଣ ହୋଇଅଛି। [QE]
22. [QS]ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, [QE][QS]ତାହା କୋଣର ପ୍ରଧାନ ପଥର ହୋଇଅଛି। [QE]
23. [QS]ଏହା ସଦାପ୍ରଭୁଙ୍କ କର୍ମ; [QE][QS]ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ। [QE]
24. [QS]ଏହା ସଦାପ୍ରଭୁଙ୍କ କୃତ ଦିନ; [QE][QS]ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା। [QE]
25. [QS]ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; [QE][QS]ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର। [QE]
26. [QS]ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; [QE][QS]ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। [QE]
27. [QS]ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; [QE][QS]ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ। [QE]
28. [QS]ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; [QE][QS]ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି। [QE]
29. [QS]ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; [QE][QS]ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ। [QE]