1. {#1ପରମେଶ୍ୱରଙ୍କ ବ୍ୟବସ୍ଥା } [QS]
2. [PS]*ଆଲେଫ୍। *[PE][PBR]ଯେଉଁମାନେ ଆଚରଣରେ ସିଦ୍ଧ, *[PE][QS]ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ। *[PE][QS]ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, [QE][QS]ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ। [QE]
3. [QS]ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; [QE][QS]ସେମାନେ ତାହାଙ୍କ ପଥରେ ଗମନ କରନ୍ତି। [QE]
4. [QS]ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, [QE][QS]ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ। [QE]
5. [QS]ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି [QE][QS]ମୋହର ଗତି ସୁସ୍ଥିର ହୁଅନ୍ତା ! [QE]
6. [QS]ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ [QE][QS]ମୁଁ ଲଜ୍ଜିତ ହେବି ନାହିଁ। [QE]
7. [QS]ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ [QE][QS]ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। [QE]
8. [QS]ମୁଁ ତୁମ୍ଭର ବିଧିସବୁ ପାଳନ କରିବି; [QE][QS]ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନ }[PS]*ବୈତ୍। *[PE][QS]ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର[* ପଥ ପରିଷ୍କାର ଅର୍ଥାତ୍ ଆଚରଣ ଶୁଦ୍ଧ ] କରିବ ? [QE][QS]ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ। [QE]
10. [QS]ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; [QE][QS]ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ। [QE]
11. [QS]ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, [QE][QS]ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି। [QE]
12. [QS]ହେ ସଦାପ୍ରଭୁ, ତୁମ୍ଭେ ଧନ୍ୟ; [QE][QS]ତୁମ୍ଭର ବିଧିସବୁ ମୋତେ ଶିଖାଅ। [QE]
13. [QS]ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ [QE][QS]ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି। [QE]
14. [QS]ଯେପରି ସମୁଦାୟ ଧନରେ, [QE][QS]ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି। [QE]
15. [QS]ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି [QE][QS]ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି। [QE]
16. [QS]ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; [QE][QS]ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ସୁଖକର }[PS]*ଗିମେଲ୍। *[PE][QS]ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; [QE][QS]ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି। [QE]
18. [QS]ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, [QE][QS]ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି। [QE]
19. [QS]ମୁଁ ପୃଥିବୀରେ ପ୍ରବାସୀ; [QE][QS]ତୁମ୍ଭର ଆଜ୍ଞାସବୁ ମୋ’ଠାରୁ ଲୁଚାଅ ନାହିଁ। [QE]
20. [QS]ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ [QE][QS]ମୋ’ ପ୍ରାଣ କ୍ଷୀଣ ହୁଏ। [QE]
21. [QS]ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, [QE][QS]ତୁମ୍ଭେ ସେମାନଙ୍କୁ ଧମକାଇଅଛ। [QE]
22. [QS]ମୋ’ଠାରୁ ନିନ୍ଦା ଓ ଅପମାନ ଦୂର କର; [QE][QS]କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି। [QE]
23. [QS]ଅଧିପତିମାନେ ମଧ୍ୟ ବସି ମୋ’ ବିରୁଦ୍ଧରେ କଥା କହିଲେ; [QE][QS]ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା। [QE]
24. [QS]ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ [QE][QS]ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ ଦୃଢ ସଂକଳ୍ପ }[PS]*ଦାଲତ୍। *[PE][QS]ମୋହର ପ୍ରାଣ ଧୂଳିରେ ଲାଗୁଅଛି; [QE][QS]ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର। [QE]
26. [QS]ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; [QE][QS]ତୁମ୍ଭର ବିଧିସବୁ ମୋତେ ଶିଖାଅ। [QE]
27. [QS]ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; [QE][QS]ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ[† ଆଶ୍ଚର୍ଯ୍ୟ ଶିକ୍ଷାସବୁ ଆଶ୍ଚର୍ଯ୍ୟକର୍ମସବୁ ] ଧ୍ୟାନ କରିବି। [QE]
28. [QS]ଶୋକ ସକାଶୁ ମୋ’ ପ୍ରାଣ ତରଳି ଯାଏ; [QE][QS]ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର। [QE]
29. [QS]ମୋ’ଠାରୁ ମିଥ୍ୟାମାର୍ଗ ଅନ୍ତର କର [QE][QS]ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର। [QE]
30. [QS]ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; [QE][QS]ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି। [QE]
31. [QS]ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; [QE][QS]ହେ ସଦାପ୍ରଭୁ, ମୋତେ ଲଜ୍ଜିତ କର ନାହିଁ। [QE]
32. [QS]ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ [QE][QS]ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। [QE]
1. {#1ବୋଧଶକ୍ତି ପାଇଁ ପ୍ରାର୍ଥନା }[PS]*ହେ। *[PE][QS]ହେ ସଦାପ୍ରଭୁ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; [QE][QS]ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି। [QE]
34. [QS]ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; [QE][QS]ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି। [QE]
35. [QS]ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; [QE][QS]କାରଣ ତହିଁରେ ମୁଁ ଆନନ୍ଦ କରେ। [QE]
36. [QS]ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ [QE][QS]ପ୍ରତି ମୋ’ ଚିତ୍ତର ସ୍ନେହ ଜନ୍ମାଅ। [QE]
37. [QS]ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ [QE][QS]ଓ ତୁମ୍ଭ ପଥରେ ମୋତେ ସଚେତ କର। [QE]
38. [QS]ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, [QE][QS]ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ। [QE]
39. [QS]ମୋହର ଭୟଜନକ ନିନ୍ଦା ଦୂର କର; [QE][QS]କାରଣ ତୁମ୍ଭର ଶାସନସକଳ ଉତ୍ତମ। [QE]
40. [QS]ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; [QE][QS]ତୁମ୍ଭ ଧର୍ମରେ ମୋତେ ସଚେତ କର। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ଉପରେ ନିର୍ଭର }[PS]*ବୌ। *[PE][QS]ହେ ସଦାପ୍ରଭୁ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ [QE][QS]ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋ’ ପ୍ରତି ବର୍ତ୍ତୁ। [QE]
42. [QS]ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; [QE][QS]କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ। [QE]
43. [QS]ପୁଣି, ମୋ’ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; [QE][QS]କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି। [QE]
44. [QS]ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର [QE][QS]ତୁମ୍ଭର ବ୍ୟବସ୍ଥା ପାଳନ କରିବି। [QE]
45. [QS]ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; [QE][QS]କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି। [QE]
46. [QS]ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ [QE][QS]ଲଜ୍ଜିତ ନୋହିବି। [QE]
47. [QS]ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, [QE][QS]ତହିଁରେ ଆପଣାକୁ ଆନନ୍ଦିତ କରିବି। [QE]
48. [QS]ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, [QE][QS]ତହିଁ ନିକଟରେ କୃତାଞ୍ଜଳି ହେବି; [QE][QS]ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥାରେ ବିଶ୍ୱାସ }[PS]*ସୟିନ୍। *[PE][QS]ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ [QE][QS]ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର। [QE]
50. [QS]ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; [QE][QS]କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି। [QE]
51. [QS]ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, [QE][QS]ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ। [QE]
52. [QS]ହେ ସଦାପ୍ରଭୁ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି [QE][QS]ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି। [QE]
53. [QS]ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ [QE][QS]ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି। [QE]
54. [QS]ମୋ’ ପ୍ରବାସ-ଗୃହରେ [QE][QS]ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି। [QE]
55. [QS]ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି [QE][QS]ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି। [QE]
56. [QS]ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ [QE][QS]ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥାରେ ନିଷ୍ଠାପରତା }[PS]*ହେତ୍। *[PE][QS]ସଦାପ୍ରଭୁ ମୋହର ଅଂଶ; [QE][QS]ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି। [QE]
58. [QS]ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; [QE][QS]ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ। [QE]
59. [QS]ମୁଁ ଆପଣା ଗତିସବୁ ବିବେଚନା କଲି [QE][QS]ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି। [QE]
60. [QS]ତୁମ୍ଭର ଆଜ୍ଞାସବୁ ପାଳିବାକୁ [QE][QS]ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ। [QE]
61. [QS]ଦୁଷ୍ଟମାନଙ୍କର ରଜ୍ଜୁ ମୋ’ ଚାରିଆଡ଼େ ଜଡ଼ିତ ହେଲା; [QE][QS]ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ। [QE]
62. [QS]ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ [QE][QS]ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି। [QE]
63. [QS]ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ [QE][QS]ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ। [QE]
64. [QS]ହେ ସଦାପ୍ରଭୁ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; [QE][QS]ତୁମ୍ଭ ବିଧିସବୁ ମୋତେ ଶିଖାଅ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥାର ମୂଲ୍ୟ }[PS]*ଟେଟ୍। *[PE][QS]ହେ ସଦାପ୍ରଭୁ, ତୁମ୍ଭେ ଆପଣା ବାକ୍ୟାନୁସାରେ [QE][QS]ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ। [QE]
66. [QS]ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। [QE][QS]କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି। [QE]
67. [QS]ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; [QE][QS]ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ। [QE]
68. [QS]ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; [QE][QS]ମୋତେ ତୁମ୍ଭ ବିଧିସବୁ ଶିଖାଅ। [QE]
69. [QS]ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; [QE][QS]ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି। [QE]
70. [QS]ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ[‡ ମେଦ ପରି ସ୍ଥୂଳ ଅର୍ଥାତ୍ ସେମାନଙ୍କ ଅନ୍ତଃକରଣରେ କୌଣସି ସତ୍ୟତା ନାହିଁ ] [QE][QS]ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ। [QE]
71. [QS]ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, [QE][QS]ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ’ ପକ୍ଷରେ ଭଲ ହେଲା। [QE]
72. [QS]ହଜାର ହଜାର ସୁନା ଓ ରୂପା ଅପେକ୍ଷା [QE][QS]ତୁମ୍ଭ ମୁଖର ବ୍ୟବସ୍ଥା ମୋ’ ପ୍ରତି ଉତ୍ତମ। [QE]
1. {#1ପରମେଶ୍ୱରଙ୍କ ନ୍ୟାୟୋଚିତ ବ୍ୟବସ୍ଥା }[PS]*ଇୟୂଦ୍। *[PE][QS]ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; [QE][QS]ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର। [QE]
74. [QS]ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; [QE][QS]କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି। [QE]
75. [QS]ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, [QE][QS]ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ। [QE]
76. [QS]ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ [QE][QS]ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ। [QE]
77. [QS]ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋ’ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; [QE][QS]କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ। [QE]
78. [QS]ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; [QE][QS]କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; [QE][QS]ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି। [QE]
79. [QS]ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋ’ କତିକି ଫେରନ୍ତୁ, [QE][QS]ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ। [QE]
80. [QS]ମୁଁ ଯେପରି ଲଜ୍ଜିତ ନୋହିବି, [QE][QS]ଏଥିପାଇଁ ତୁମ୍ଭ ବିଧିସବୁରେ ମୋ’ ଅନ୍ତଃକରଣ ସିଦ୍ଧ ହେଉ। [QE]
1. {#1ନିସ୍ତାର ପାଇଁ ପ୍ରାର୍ଥନା }[PS]*କଫ୍। *[PE][QS]ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; [QE][QS]ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ। [QE]
82. [QS]ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ ? [QE][QS]ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ। [QE]
83. [QS]କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। [QE][QS]ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ। [QE]
84. [QS]ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ ? [QE][QS]ତୁମ୍ଭେ କେବେ ମୋ’ ତାଡ଼ନାକାରୀମାନଙ୍କର ବିଚାର କରିବ ? [QE]
85. [QS]ଅହଙ୍କାରୀମାନେ ମୋ’ ପାଇଁ ଗର୍ତ୍ତ ଖୋଳିଅଛନ୍ତି, [QE][QS]ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହଁନ୍ତି। [QE]
86. [QS]ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; [QE][QS]ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର। [QE]
87. [QS]ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ;[§ ଅର୍ଥାତ୍ ପ୍ରାୟ ବଧ ] [QE][QS]ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ। [QE]
88. [QS]ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା[* ରକ୍ଷା ସଚେତ ] କର; [QE][QS]ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥାରେ ବିଶ୍ୱାସ }[PS]*ଲାମଦ୍। *[PE][QS]ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ [QE][QS]ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି। [QE]
90. [QS]ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; [QE][QS]ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ। [QE]
91. [QS]ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; [QE][QS]କାରଣ ସମସ୍ତେ ତୁମ୍ଭର ଦାସ। [QE]
92. [QS]ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, [QE][QS]ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥା’ନ୍ତି। [QE]
93. [QS]ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; [QE][QS]କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ। [QE]
94. [QS]ମୋତେ ତ୍ରାଣ କର, ମୁଁ ତୁମ୍ଭର; [QE][QS]କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି। [QE]
95. [QS]ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; [QE][QS]ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି। [QE]
96. [QS]ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; [QE][QS]ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।[† ସୀମାହୀନ। ଅତିଶୟ ପ୍ରଶସ୍ତ ] [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରତି ଅନୁରାଗ }[PS]*ମେମ୍। *[PE][QS]ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। [QE][QS]ତାହା ସାରାଦିନ ମୋହର ଧ୍ୟାନ। [QE]
98. [QS]ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; [QE][QS]କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ। [QE]
99. [QS]ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; [QE][QS]କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ। [QE]
100. [QS]ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। [QE][QS]ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି। [QE]
101. [QS]ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, [QE][QS]ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି। [QE]
102. [QS]ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; [QE][QS]କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ। [QE]
103. [QS]ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! [QE][QS]ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର ! [QE]
104. [QS]ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; [QE][QS]ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥାର ଆଲୋକ }[PS]*ନୂନ୍। *[PE][QS]ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ [QE][QS]ମୋ’ ପଥ ପାଇଁ ଆଲୁଅ ଅଟେ। [QE]
106. [QS]ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ [QE][QS]ଶପଥ କରିଅଛି ଓ ତାହା ସ୍ଥିର କରିଅଛି। [QE]
107. [QS]ମୁଁ ଅତ୍ୟନ୍ତ ଦୁଃଖିତ ଅଛି; [QE][QS]ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର। [QE]
108. [QS]ହେ ସଦାପ୍ରଭୁ, ନିବେଦନ କରୁଅଛି, ମୋ’ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର [QE][QS]ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ। [QE]
109. [QS]ମୋ’ ପ୍ରାଣ ନିରନ୍ତର ବିପଦରେ[‡ ହସ୍ତରେ ଅର୍ଥାତ୍ ହସ୍ତରେ ] ଥାଏ; [QE][QS]ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ। [QE]
110. [QS]ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; [QE][QS]ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ। [QE]
111. [QS]ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ [QE][QS]ଅଧିକାର ରୂପେ ଗ୍ରହଣ କରିଅଛି; [QE][QS]କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ। [QE]
112. [QS]ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ [QE][QS]କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥାରେ ସୁରକ୍ଷା }[PS]*ସାମକ୍। *[PE][QS]ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; [QE][QS]ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ। [QE]
114. [QS]ତୁମ୍ଭେ ମୋ’ ଲୁଚିବାର ସ୍ଥାନ ଓ ମୋହର ଢାଲ; [QE][QS]ମୁଁ ତୁମ୍ଭ ବାକ୍ୟରେ ଭରସା କରେ। [QE]
115. [QS]ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା [QE][QS]ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ’ ନିକଟରୁ ଦୂର ହୁଅ। [QE]
116. [QS]ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ [QE][QS]ଓ ମୋ’ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ। [QE]
117. [QS]ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି [QE][QS]ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି। [QE]
118. [QS]ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; [QE][QS]କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା। [QE]
119. [QS]ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; [QE][QS]ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ। [QE]
120. [QS]ତୁମ୍ଭ ଭୟ ସକାଶୁ ମୋ’ ଶରୀର କମ୍ପିତ ହୁଏ [QE][QS]ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନ }[PS]*ଅଇନ୍। *[PE][QS]ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; [QE][QS]ମୋ’ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ। [QE]
122. [QS]ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; [QE][QS]ଅହଙ୍କାରୀମାନଙ୍କୁ ମୋ’ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ। [QE]
123. [QS]ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ [QE][QS]ମୋହର ଚକ୍ଷୁ କ୍ଷୀଣ ହେଉଅଛି। [QE]
124. [QS]ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର [QE][QS]ଓ ତୁମ୍ଭର ବିଧି ମୋତେ ଶିଖାଅ। [QE]
125. [QS]ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର [QE][QS]ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ। [QE]
126. [QS]ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; [QE][QS]କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି। [QE]
127. [QS]ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା [QE][QS]ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ। [QE]
128. [QS]ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ [QE][QS]ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ ସ୍ପୃହା }[PS]*ପେ। *[PE][QS]ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; [QE][QS]ଏଥିପାଇଁ ମୋ’ ପ୍ରାଣ ତାହାସବୁ ପାଳନ କରେ। [QE]
130. [QS]ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; [QE][QS]ତାହା ନିର୍ବୋଧକୁ ବୋଧ ଦିଏ। [QE]
131. [QS]ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ [QE][QS]ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି। [QE]
132. [QS]ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି [QE][QS]ଯେପରି କରିଥାଅ, ସେପରି ମୋ’ ପ୍ରତି ଫେର ଓ ମୋତେ ଦୟା କର। [QE]
133. [QS]ତୁମ୍ଭ ବାକ୍ୟାନୁସାରେ ମୋ’ ପାଦଗତି ସଜାଡ଼ [QE][QS]ଓ ମୋ’ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ। [QE]
134. [QS]ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; [QE][QS]ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି। [QE]
135. [QS]ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର [QE][QS]ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ। [QE]
136. [QS]ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ [QE][QS]ମୋ’ ଚକ୍ଷୁରୁ ଜଳଧାରା ବହୁଅଛି। [QE]
1. {#1ପରମେଶ୍ୱରଙ୍କ ନ୍ୟାୟୋଚିତ ବ୍ୟବସ୍ଥା }[PS]*ସାଦେ। *[PE][QS]ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ [QE][QS]ତୁମ୍ଭର ଶାସନସକଳ ସରଳ। [QE]
138. [QS]ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ [QE][QS]ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ। [QE]
139. [QS]ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, [QE][QS]କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି। [QE]
140. [QS]ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; [QE][QS]ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ। [QE]
141. [QS]ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; [QE][QS]ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ। [QE]
142. [QS]ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ [QE][QS]ଓ ତୁମ୍ଭର ବ୍ୟବସ୍ଥା ସତ୍ୟ। [QE]
143. [QS]କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; [QE][QS]ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ। [QE]
144. [QS]ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; [QE][QS]ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। [QE]
1. {#1ଉଦ୍ଧାର ପାଇବା ପାଇଁ ପ୍ରାର୍ଥନା }[PS]*କଫ। *[PE][QS]ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; “ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; [QE][QS]ମୁଁ ତୁମ୍ଭର ବିଧି ପାଳନ କରିବି। [QE]
146. [QS]ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, [QE][QS]ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।” [QE]
147. [QS]ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; [QE][QS]ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି। [QE]
148. [QS]ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, [QE][QS]ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା। [QE]
149. [QS]ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; [QE][QS]ହେ ସଦାପ୍ରଭୁ, ଆପଣା ଶାସନାନୁସାରେ ମୋତେ ସଚେତ କର। [QE]
150. [QS]ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; [QE][QS]ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ। [QE]
151. [QS]ହେ ସଦାପ୍ରଭୁ, ତୁମ୍ଭେ ନିକଟବର୍ତ୍ତୀ [QE][QS]ଓ ତୁମ୍ଭ ଆଜ୍ଞାସକଳ ସତ୍ୟ। [QE]
152. [QS]ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, [QE][QS]ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। [QE]
1. {#1ସହାୟତା ପାଇଁ ଅନୁନୟ }[PS]*ରେଶ୍। *[PE][QS]ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; [QE][QS]କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ। [QE]
154. [QS]ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; [QE][QS]ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର। [QE]
155. [QS]ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; [QE][QS]କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ। [QE]
156. [QS]ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; [QE][QS]ତୁମ୍ଭର ଶାସନାନୁସାରେ ମୋତେ ସଚେତ କର। [QE]
157. [QS]ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; [QE][QS]ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ। [QE]
158. [QS]ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; [QE][QS]କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ। [QE]
159. [QS]ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, [QE][QS]ଏହା ବିବେଚନା କର; ହେ ସଦାପ୍ରଭୁ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର। [QE]
160. [QS]ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ [QE][QS]ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। [QE]
1. {#1ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରତି ନିଷ୍ଠା }[PS]*ଶିନ୍। *[PE][QS]ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; [QE][QS]ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ। [QE]
162. [QS]କେହି ପ୍ରଚୁର ଲୁଟଧନ ପାଇବା ପରି [QE][QS]ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ। [QE]
163. [QS]ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; [QE][QS]ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ। [QE]
164. [QS]ତୁମ୍ଭର ଧର୍ମମୟ ଶାସନ ସକାଶୁ [QE][QS]ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ। [QE]
165. [QS]ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; [QE][QS]ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ। [QE]
166. [QS]ହେ ସଦାପ୍ରଭୁ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, [QE][QS]ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି। [QE]
167. [QS]ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି [QE][QS]ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ। [QE]
168. [QS]ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। [QE][QS]କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି। [QE]
1. {#1ସହାୟତା ପାଇଁ ପ୍ରାର୍ଥନା }[PS]*ତୌ। *[PE][QS]ହେ ସଦାପ୍ରଭୁ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; [QE][QS]ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର। [QE]
170. [QS]ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; [QE][QS]ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର। [QE]
171. [QS]ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; [QE][QS]କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ। [QE]
172. [QS]ମୋ’ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; [QE][QS]କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ। [QE]
173. [QS]ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, [QE][QS]କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି। [QE]
174. [QS]ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; [QE][QS]ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ। [QE]
175. [QS]ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ [QE][QS]ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ। [QE]
176. [QS]ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; [QE][QS]ଆପଣା ଦାସକୁ ଖୋଜ; [QE][QS]କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ। [QE]