1. {ଯିରୂଶାଲମର ପ୍ରଶଂସା} [PS] “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” [QBR] ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। [QBR]
2. ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ [QBR] ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; [QBR]
3. ହେ ଯିରୂଶାଲମ, [QBR] ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ; [QBR]
4. ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ [QBR] ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା [QBR] ନିମନ୍ତେ ସେଠାରେ ଆରୋହଣ କରନ୍ତି। [QBR]
5. କାରଣ ସେଠାରେ ବିଚାରାର୍ଥକ ସିଂହାସନ, [QBR] ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି। [QBR]
6. ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; [QBR] ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ। [QBR]
7. ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ [QBR] ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। [QBR]
8. ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ [QBR] କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।” [QBR]
9. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ [QBR] ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି। [PE]