1. {ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା} PS ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି,
ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। |
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। |
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ,
ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। |
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,
ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। PE |