1. {ମୁକ୍ତିର ସଙ୍ଗୀତ} [PS] ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ [* ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ] [QBR] ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। [QBR]
2. ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ [QBR] ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; [QBR] ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, [QBR] “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” [QBR]
3. ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; [QBR] ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। [QBR]
4. ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି [QBR] ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। [QBR]
5. ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। [QBR]
6. ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, [QBR] ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। [PE]