1. {ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି} PS ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି,
ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। |
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ
ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। |
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର * ପୁରସ୍କାର ଅର୍ଥାତ୍ ଆଶୀର୍ବାଦ । |
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ। PE |