ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ବାଧ୍ୟତାର ପୁରସ୍କାର} [PS] ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି [QBR] ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। [QBR]
2. କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; [QBR] ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। [QBR]
3. ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; [QBR] ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। [QBR]
4. ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ [QBR] ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। [QBR]
5. ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; [QBR] ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। [QBR]
6. ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। [QBR] ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। [PE]

Notes

No Verse Added

Total 150 Chapters, Current Chapter 128 of Total Chapters 150
ଗୀତସଂହିତା 128:58
1. {ବାଧ୍ୟତାର ପୁରସ୍କାର} PS ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି
ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
2. କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ତୁମ୍ଭେ ସୁଖୀ ହେବ ତୁମ୍ଭର ମଙ୍ଗଳ ହେବ।
3. ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
4. ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ
ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5. ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
6. ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। PE
Total 150 Chapters, Current Chapter 128 of Total Chapters 150
×

Alert

×

oriya Letters Keypad References