1. {ସହାୟତା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। [QBR]
2. ହେ ପ୍ରଭୁ, ମୋ’ ରବ ଶୁଣ; [QBR] ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ। [QBR]
3. ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, [QBR] ତେବେ ହେ ପ୍ରଭୁ, କିଏ ଠିଆ ହେବ ? [QBR]
4. ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, [QBR] ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। [QBR]
5. ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, [QBR] ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। [QBR]
6. ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; [QBR] ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। [QBR]
7. ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; [QBR] କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି [QBR] ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। [QBR]
8. ପୁଣି, ସେ ଇସ୍ରାଏଲକୁ [QBR] ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ। [PE]