1. {ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ;
କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। |
2. ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି,
ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। |