ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମନ୍ଦିରର ପ୍ରଶଂସା} [PS] ହେ ସଦାପ୍ରଭୁ, ଦାଉଦ ପକ୍ଷରେ [QBR] ତାହାର ସକଳ କ୍ଳେଶ ସ୍ମରଣ କର; [QBR]
2. ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, [QBR] ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; [QBR]
3. “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ [QBR] ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, [QBR]
4. ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, [QBR] କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। [QBR]
5. ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, [QBR] ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” [QBR]
6. ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; [QBR] ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। [QBR]
7. ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; [QBR] ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। [QBR]
8. ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। [QBR]
9. ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; [QBR] ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। [QBR]
10. ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ [QBR] ମୁଖ ଫେରାଇ ଦିଅ ନାହିଁ। [QBR]
11. ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; [QBR] ସେ ତହିଁରୁ ଫେରିବେ ନାହିଁ। [QBR] “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ [* ଫଳକୁ ଅର୍ଥାତ୍ ପୁତ୍ରକୁ] ତୁମ୍ଭ ସିଂହାସନରେ ବସାଇବା। [QBR]
12. ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ [QBR] ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, [QBR] ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” [QBR]
13. କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; [QBR] ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। [QBR]
14. ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; [QBR] ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। [QBR]
15. ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; [QBR] ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। [QBR]
16. ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା [QBR] ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। [QBR]
17. ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; [QBR] ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। [QBR]
18. ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; [QBR] ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। [† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ] [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 132 / 150
ଗୀତସଂହିତା 132:15
ମନ୍ଦିରର ପ୍ରଶଂସା 1 ହେ ସଦାପ୍ରଭୁ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର; 2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; 3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, 4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। 5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” 6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। 7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। 8 ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। 9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। 10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ। 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ * ଫଳକୁ ଅର୍ଥାତ୍ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା। 12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। 14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। 15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। 16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। 17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। 18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। [† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 132 / 150
Common Bible Languages
West Indian Languages
×

Alert

×

oriya Letters Keypad References