ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମନ୍ଦିରର ପ୍ରଶଂସା} [PS] ହେ ସଦାପ୍ରଭୁ, ଦାଉଦ ପକ୍ଷରେ [QBR] ତାହାର ସକଳ କ୍ଳେଶ ସ୍ମରଣ କର; [QBR]
2. ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, [QBR] ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; [QBR]
3. “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ [QBR] ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, [QBR]
4. ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, [QBR] କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। [QBR]
5. ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, [QBR] ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” [QBR]
6. ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; [QBR] ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। [QBR]
7. ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; [QBR] ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। [QBR]
8. ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। [QBR]
9. ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; [QBR] ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। [QBR]
10. ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ [QBR] ମୁଖ ଫେରାଇ ଦିଅ ନାହିଁ। [QBR]
11. ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; [QBR] ସେ ତହିଁରୁ ଫେରିବେ ନାହିଁ। [QBR] “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ [* ଫଳକୁ ଅର୍ଥାତ୍ ପୁତ୍ରକୁ] ତୁମ୍ଭ ସିଂହାସନରେ ବସାଇବା। [QBR]
12. ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ [QBR] ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, [QBR] ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” [QBR]
13. କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; [QBR] ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। [QBR]
14. ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; [QBR] ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। [QBR]
15. ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; [QBR] ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। [QBR]
16. ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା [QBR] ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। [QBR]
17. ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; [QBR] ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। [QBR]
18. ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; [QBR] ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। [† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ] [PE]

Notes

No Verse Added

Total 150 Chapters, Current Chapter 132 of Total Chapters 150
ଗୀତସଂହିତା 132:21
1. {ମନ୍ଦିରର ପ୍ରଶଂସା} PS ହେ ସଦାପ୍ରଭୁ, ଦାଉଦ ପକ୍ଷରେ
ତାହାର ସକଳ କ୍ଳେଶ ସ୍ମରଣ କର;
2. ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,
ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3. “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ
ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ହୁଏ,
4. ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ,
କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
5. ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,
ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
6. ଦେଖ, ଆମ୍ଭେମାନେ ଇଫ୍ରାଥାରେ ବିଷୟ ଶୁଣିଲୁ;
ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7. ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା;
ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8. ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9. ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ;
ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
10. ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ
ମୁଖ ଫେରାଇ ଦିଅ ନାହିଁ।
11. ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି;
ସେ ତହିଁରୁ ଫେରିବେ ନାହିଁ।
“ଆମ୍ଭେ ତୁମ୍ଭ ତନୁଜାତ ଫଳକୁ * ଫଳକୁ ଅର୍ଥାତ୍ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା।
12. ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ
ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ,
ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
13. କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି;
ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
14. ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;
ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
15. ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା;
ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16. ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା
ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
17. ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା;
ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
18. ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା;
ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ PE
Total 150 Chapters, Current Chapter 132 of Total Chapters 150
×

Alert

×

oriya Letters Keypad References