ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସ୍ତୁତି ବନ୍ଦନା } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; [QE][QS]ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। [QE]
2. [QS]ସଦାପ୍ରଭୁଙ୍କ ଗୃହରେ, [QE][QS]ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ [QE]
3. [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; [QE][QS]ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। [QE]
4. [QS]ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ [QE][QS]ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। [QE]
5. [QS]କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ [QE][QS]ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। [QE]
6. [QS]ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ [QE][QS]ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। [QE]
7. [QS]ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; [QE][QS]ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; [QE][QS]ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। [QE]
8. [QS]ସେ ମିସରର ପ୍ରଥମଜାତ ମନୁଷ୍ୟ [QE][QS]ଓ ପଶୁ ଉଭୟକୁ ସଂହାର କଲେ। [QE]
9. [QS]ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ [QE][QS]ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। [QE]
10. [QS]ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, [QE][QS]ପରାକ୍ରାନ୍ତ ରାଜାମାନଙ୍କୁ, [QE]
11. [QS]ଇମୋରୀୟମାନଙ୍କ ରାଜା ସୀହୋନକୁ ଓ [QE][QS]ବାଶନର ରାଜା ଓଗ୍‍କୁ, [QE][QS]ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। [QE]
12. [QS]ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, [QE][QS]ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। [QE]
13. [QS]ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; [QE][QS]ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। [QE]
14. [QS]ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ [QE][QS]ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। [QE]
15. [QS]ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, [QE][QS]ମନୁଷ୍ୟର ହସ୍ତକୃତ କର୍ମ ଅଟେ। [QE]
16. [QS]ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, [QE][QS]ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; [QE]
17. [QS]ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; [QE][QS]କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। [QE]
18. [QS]ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ [QE][QS]ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। [QE]
19. [QS]ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; [QE][QS]ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; [QE]
20. [QS]ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QE][QS]ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QE]
21. [QS]ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 135 / 150
ସ୍ତୁତି ବନ୍ଦନା 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ 3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ। 9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ, 11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। 12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। 13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। 14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। 16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। 19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; 20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 135 / 150
×

Alert

×

Oriya Letters Keypad References