ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତି ବନ୍ଦନା} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; [QBR] ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। [QBR]
2. ସଦାପ୍ରଭୁଙ୍କ ଗୃହରେ, [QBR] ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ [QBR]
3. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; [QBR] ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। [QBR]
4. ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ [QBR] ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। [QBR]
5. କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ [QBR] ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। [QBR]
6. ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ [QBR] ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। [QBR]
7. ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; [QBR] ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; [QBR] ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। [QBR]
8. ସେ ମିସରର ପ୍ରଥମଜାତ ମନୁଷ୍ୟ [QBR] ଓ ପଶୁ ଉଭୟକୁ ସଂହାର କଲେ। [QBR]
9. ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ [QBR] ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। [QBR]
10. ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, [QBR] ପରାକ୍ରାନ୍ତ ରାଜାମାନଙ୍କୁ, [QBR]
11. ଇମୋରୀୟମାନଙ୍କ ରାଜା ସୀହୋନକୁ ଓ [QBR] ବାଶନର ରାଜା ଓଗ୍‍କୁ, [QBR] ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। [QBR]
12. ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, [QBR] ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। [QBR]
13. ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; [QBR] ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। [QBR]
14. ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ [QBR] ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। [QBR]
15. ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, [QBR] ମନୁଷ୍ୟର ହସ୍ତକୃତ କର୍ମ ଅଟେ। [QBR]
16. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, [QBR] ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; [QBR]
17. ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; [QBR] କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। [QBR]
18. ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ [QBR] ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। [QBR]
19. ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; [QBR] ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; [QBR]
20. ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR] ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
21. ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 135 / 150
ଗୀତସଂହିତା 135:38
ସ୍ତୁତି ବନ୍ଦନା 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ 3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ। 9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ, 11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। 12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। 13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। 14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। 16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। 19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; 20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 135 / 150
Common Bible Languages
West Indian Languages
×

Alert

×

oriya Letters Keypad References