1. {ନିର୍ବାସିତ ଇସ୍ରାଏଲୀୟମାନଙ୍କ ବିଳାପ} PS ଆମ୍ଭେମାନେ ବାବିଲୀୟ ନଦୀମାନର
ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ। |
3. କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ,
ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” |
6. ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ,
ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। * ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। ମୁଁ ଆହୁରି ସଂଗୀତ ମଧ୍ୟ ଗାନ କରିପାରିବି ନାହିଁ |
7. ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର;
ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” |
8. ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ,
ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ। |