ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ନିର୍ବାସିତ ଇସ୍ରାଏଲୀୟମାନଙ୍କ ବିଳାପ} [PS] ଆମ୍ଭେମାନେ ବାବିଲୀୟ ନଦୀମାନର [QBR] ନିକଟରେ ସିୟୋନକୁ ସ୍ମରଣ କଲା ବେଳେ [QBR] ସେଠାରେ ବସିଲୁ ଓ ରୋଦନ କଲୁ। [QBR]
2. ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା [QBR] ଆପଣା ବୀଣା ଟଙ୍ଗାଇ ରଖିଲୁ। [QBR]
3. କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, [QBR] ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, [QBR] “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” [QBR]
4. ଆମ୍ଭେମାନେ ବିଦେଶରେ [QBR] କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ? [QBR]
5. ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, [QBR] ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ। [QBR]
6. ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, [QBR] ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, [QBR] ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। [* ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। ମୁଁ ଆହୁରି ସଂଗୀତ ମଧ୍ୟ ଗାନ କରିପାରିବି ନାହିଁ] [QBR]
7. ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; [QBR] ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” [QBR]
8. ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, [QBR] ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, [QBR] ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ। [QBR]
9. ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି [QBR] ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 137 / 150
ଗୀତସଂହିତା 137:65
ନିର୍ବାସିତ ଇସ୍ରାଏଲୀୟମାନଙ୍କ ବିଳାପ 1 ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ। 2 ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ। 3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” 4 ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ? 5 ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ। 6 ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। [* ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। ମୁଁ ଆହୁରି ସଂଗୀତ ମଧ୍ୟ ଗାନ କରିପାରିବି ନାହିଁ] 7 ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ। 9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 137 / 150
Common Bible Languages
West Indian Languages
×

Alert

×

oriya Letters Keypad References