1. {ଧନ୍ୟବାଦ ସ୍ତୁତି} PS ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି;
ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। |
2. ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି,
ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। |
7. ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ * ସୁରକ୍ଷିତ ସଜୀବ ରଖିବ,
ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। |
8. ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ;
ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। PE |