ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଧନ୍ୟବାଦ ସ୍ତୁତି} [PS] ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; [QBR] ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। [QBR]
2. ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, [QBR] ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। [QBR] କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। [QBR]
3. ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, [QBR] ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ। [QBR]
4. ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, [QBR] କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। [QBR]
5. ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; [QBR] କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍। [QBR]
6. ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; [QBR] ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। [QBR]
7. ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ [* ସୁରକ୍ଷିତ ସଜୀବ] ରଖିବ, [QBR] ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ [QBR] ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। [QBR]
8. ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; [QBR] ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; [QBR] ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 138 / 150
ଗୀତସଂହିତା 138:61
ଧନ୍ୟବାଦ ସ୍ତୁତି 1 ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। 2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। 3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ। 4 ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। 5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍। 6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ * ସୁରକ୍ଷିତ ସଜୀବ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। 8 ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 138 / 150
Common Bible Languages
West Indian Languages
×

Alert

×

oriya Letters Keypad References