1. {#1ସର୍ବଜ୍ଞାତା ମଙ୍ଗଳମୟ ସଦାପ୍ରଭୁ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ *[PE][QS]ଓ ମୋହର ପରିଚୟ ନେଇଅଛ। *[PE][QS]ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, [QE][QS]ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। [QE]
3. [QS]ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, [QE][QS]ଆଉ ମୋହର ସକଳ ଗତି ଜାଣୁଅଛ। [QE]
4. [QS]କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, [QE][QS]ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ। [QE]
5. [QS]ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ [QE][QS]ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ। [QE]
6. [QS]ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; [QE][QS]ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ। [QE]
7. [QS]ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? [QE][QS]ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ? [QE]
8. [QS]ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। [QE][QS]ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ [QE]
9. [QS]ଯଦି ମୁଁ ଅରୁଣର ପକ୍ଷ ଧରେ ଓ [QE][QS]ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ; [QE]
10. [QS]ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ [QE][QS]ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ। [QE]
11. [QS]ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ [QE][QS]ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,” [QE]
12. [QS]ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, [QE][QS]ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; [QE][QS]ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ। [QE]
13. [QS]କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; [QE][QS]ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। [QE]
14. [QS]ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; [QE][QS]ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; [QE][QS]ଏହା ମୁଁ ଭଲ ରୂପେ ଜାଣେ। [QE]
15. [QS]ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ [QE][QS]ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା। [QE]
16. [QS]ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା [QE][QS]ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, [QE][QS]ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। [QE]
17. [QS]ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! [QE][QS]ତହିଁର ସଂଖ୍ୟା କିପରି ଅଧିକ ! [QE]
18. [QS]ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; [QE][QS]ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ। [QE]
19. [QS]ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; [QE][QS]ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ। [QE]
20. [QS]କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି [QE][QS]ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି। [QE]
21. [QS]ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? [QE][QS]ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ? [QE]
22. [QS]ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; [QE][QS]ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ। [QE]
23. [QS]ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; [QE][QS]ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; [QE]
24. [QS]ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, [QE][QS]ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ। [QE]