1. {ମଣିଷର ଦୁଷ୍ଟତା} PS ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”
ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ। |
2. ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି
ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି। |
3. ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;
ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ। |
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ?
ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। |
7. ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ !
ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ। PE |