ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଆଶ୍ରୟ ଭିକ୍ଷା} [PS] ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; [QBR] ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର। [QBR]
2. ସେମାନେ ମନେ ମନେ କୁକଳ୍ପନା କରନ୍ତି; [QBR] ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି। [QBR]
3. ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; [QBR] ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା] [QBR]
4. ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; [QBR] ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; [QBR] ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। [QBR]
5. ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। [QBR] ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; [QBR] ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା] [QBR]
6. ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; [QBR] ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।” [QBR]
7. ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, [QBR] ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ। [QBR]
8. ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; [QBR] ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା] [QBR]
9. ଯେଉଁମାନେ ମୋତେ ଘେରିଅଛନ୍ତି, [QBR] ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। [QBR]
10. ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। [QBR] ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; [QBR] ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ। [QBR]
11. ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; [QBR] ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। [QBR]
12. ସଦାପ୍ରଭୁ ଦୁଃଖୀର ବିବାଦ ଓ [QBR] ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ। [QBR]
13. ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; [QBR] ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ। [PE]

Notes

No Verse Added

Total 150 Chapters, Current Chapter 140 of Total Chapters 150
ଗୀତସଂହିତା 140:68
1. {ଆଶ୍ରୟ ଭିକ୍ଷା} PS ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର;
ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2. ସେମାନେ ମନେ ମନେ କୁକଳ୍ପନା କରନ୍ତି;
ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି।
3. ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି;
ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା
4. ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ;
ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର;
ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5. ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଦଉଡ଼ି ପାତିଅଛନ୍ତି।
ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି;
ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା
6. ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର;
ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”
7. ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ,
ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
8. ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ;
ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
9. ଯେଉଁମାନେ ମୋତେ ଘେରିଅଛନ୍ତି,
ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10. ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ।
ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ;
ସେମାନେ ଯେପରି ଆଉ ଉଠି ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11. ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ;
ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
12. ସଦାପ୍ରଭୁ ଦୁଃଖୀର ବିବାଦ
ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
13. ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ;
ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ। PE
Total 150 Chapters, Current Chapter 140 of Total Chapters 150
×

Alert

×

oriya Letters Keypad References