1. {ସନ୍ଧ୍ୟା ପ୍ରାର୍ଥନା} PS ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ;
ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। |
2. ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା,
ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। |
4. ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ
ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। |
5. ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ
ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ। |
6. ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି;
ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। |
7. କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି,
ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। |
8. କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି;
ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। |