ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହାୟତା ପାଇଁ ପ୍ରାର୍ଥନା} [PS] ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; [QBR] ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; [QBR]
2. ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; [QBR] ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। [QBR]
3. ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ [QBR] ତୁମ୍ଭେ ମୋହର ମାର୍ଗ ଜାଣିଲ। [QBR] ମୋ’ ଗମନ ପଥରେ ସେମାନେ ମୋ’ ପାଇଁ [QBR] ଗୋପନରେ ଫାନ୍ଦ ପାତିଅଛନ୍ତି। [QBR]
4. ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; [QBR] ମୋତେ ଜାଣିବା ଲୋକ କେହି ନାହିଁ; [QBR] ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; [QBR] ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। [QBR]
5. ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; [QBR] ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, [QBR] ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। [QBR]
6. ମୋ’ କାକୂକ୍ତିରେ ମନୋଯୋଗ କର; [QBR] କାରଣ ମୁଁ ଅତି ଅଧୋନତ ହୋଇଅଛି; [QBR] ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; [QBR] କାରଣ ସେମାନେ ମୋ’ ଅପେକ୍ଷା ବଳବାନ। [QBR]
7. କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, [QBR] ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; [QBR] ଧାର୍ମିକମାନେ ମୋତେ ବେଷ୍ଟନ କରିବେ; [QBR] କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।” [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 142 / 150
ଗୀତସଂହିତା 142:102
ସହାୟତା ପାଇଁ ପ୍ରାର୍ଥନା 1 ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; 2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। 3 ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। 4 ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। 5 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। 6 ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ। 7 କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 142 / 150
Common Bible Languages
West Indian Languages
×

Alert

×

oriya Letters Keypad References