1. {ସହାୟତା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର;
ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। |
3. ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି;
ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। |
5. ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;
ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। |
7. ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି;
ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। |
8. ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। |
10. ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। |
12. ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର
ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ। PE |