ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହାୟତା ପାଇଁ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; *[PE][QS]ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। *[PE][QS]ନିଜ ଦାସକୁ ବିଚାରରେ ଆଣ ନାହିଁ; [QE][QS]କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। [QE]
3. [QS]ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; [QE][QS]ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; [QE][QS]ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। [QE]
4. [QS]ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; [QE][QS]ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି। [QE]
5. [QS]ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; [QE][QS]ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; [QE][QS]ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। [QE]
6. [QS]ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; [QE][QS]ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] [QE]
7. [QS]ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; [QE][QS]ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; [QE][QS]କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। [QE]
8. [QS]ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; [QE][QS]କାରଣ ମୁଁ ତୁମ୍ଭଠାରେ ଭରସା ରଖେ; [QE][QS]ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; [QE][QS]କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। [QE]
9. [QS]ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; [QE][QS]ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ। [QE]
10. [QS]ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; [QE][QS]କାରଣ ତୁମ୍ଭେ ମୋହର ପରମେଶ୍ୱର; [QE][QS]ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। [QE]
11. [QS]ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; [QE][QS]ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। [QE]
12. [QS]ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର [QE][QS]ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; [QE][QS]କାରଣ ମୁଁ ତୁମ୍ଭର ଦାସ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 143 / 150
ସହାୟତା ପାଇଁ ପ୍ରାର୍ଥନା 1 2 *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; *ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। *ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। 3 ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। 4 ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି। 5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। *ସେଲା 7 ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। 8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। 9 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ। 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। 11 ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। 12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 143 / 150
×

Alert

×

Oriya Letters Keypad References