ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହାୟତା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; [QBR] ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। [QBR]
2. ନିଜ ଦାସକୁ ବିଚାରରେ ଆଣ ନାହିଁ; [QBR] କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। [QBR]
3. ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; [QBR] ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; [QBR] ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। [QBR]
4. ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; [QBR] ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି। [QBR]
5. ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; [QBR] ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; [QBR] ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। [QBR]
6. ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; [QBR] ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] [QBR]
7. ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; [QBR] ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; [QBR] କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। [QBR]
8. ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; [QBR] କାରଣ ମୁଁ ତୁମ୍ଭଠାରେ ଭରସା ରଖେ; [QBR] ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; [QBR] କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। [QBR]
9. ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; [QBR] ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ। [QBR]
10. ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; [QBR] କାରଣ ତୁମ୍ଭେ ମୋହର ପରମେଶ୍ୱର; [QBR] ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। [QBR]
11. ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; [QBR] ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। [QBR]
12. ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର [QBR] ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; [QBR] କାରଣ ମୁଁ ତୁମ୍ଭର ଦାସ। [PE]

Notes

No Verse Added

Total 150 Chapters, Current Chapter 143 of Total Chapters 150
ଗୀତସଂହିତା 143:9
1. {ସହାୟତା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର;
ତୁମ୍ଭର ବିଶ୍ୱସ୍ତତା ଧର୍ମରେ ମୋତେ ଉତ୍ତର ଦିଅ।
2. ନିଜ ଦାସକୁ ବିଚାରରେ ଆଣ ନାହିଁ;
କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
3. ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି;
ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି;
ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।
4. ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି;
ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
5. ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;
ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି;
ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
6. ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି;
ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା
7. ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି;
ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ;
କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
8. ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
କାରଣ ମୁଁ ତୁମ୍ଭଠାରେ ଭରସା ରଖେ;
ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ;
କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
9. ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର;
ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
10. ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋହର ପରମେଶ୍ୱର;
ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
11. ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
12. ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର
ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର;
କାରଣ ମୁଁ ତୁମ୍ଭର ଦାସ। PE
Total 150 Chapters, Current Chapter 143 of Total Chapters 150
×

Alert

×

oriya Letters Keypad References