1. {ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି} PS ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,
ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। |
2. ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,
ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ * ଗୋଷ୍ଠୀସମୂହକୁ ମୋ’ ଲୋକମାନଙ୍କୁ ମୋ’ ପଦତଳେ ବଶୀଭୂତ କରନ୍ତି। |
3. ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ?
ସେ † ସେ ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ? |
7. ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ;
ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ |
9. ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି;
ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। |
11. ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ,
ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। |
12. ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ
ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ; |
13. ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ;
ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ; |
14. ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ;
କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ; |