ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, *[PE][QS]ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି [QE][QS]ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। *[PE][QS]ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, [QE][QS]ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, [QE][QS]ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; [QE][QS]ସେ ଗୋଷ୍ଠୀସମୂହକୁ[* ଗୋଷ୍ଠୀସମୂହକୁ ମୋ’ ଲୋକମାନଙ୍କୁ ] ମୋ’ ପଦତଳେ ବଶୀଭୂତ କରନ୍ତି। [QE]
3. [QS]ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? [QE][QS]ସେ[† ସେ ମନୁଷ୍ୟ-ସନ୍ତାନ ] ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ? [QE]
4. [QS]ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; [QE][QS]ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ। [QE]
5. [QS]ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; [QE][QS]ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ। [QE]
6. [QS]ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; [QE][QS]ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର। [QE]
7. [QS]ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; [QE][QS]ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; [QE][QS]ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ [QE]
8. [QS]ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, [QE][QS]ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। [QE]
9. [QS]ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; [QE][QS]ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। [QE]
10. [QS]ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; [QE][QS]ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି। [QE]
11. [QS]ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, [QE][QS]ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, [QE][QS]ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। [QE]
12. [QS]ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ [QE][QS]ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ; [QE]
13. [QS]ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; [QE][QS]ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ; [QE]
14. [QS]ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; [QE][QS]କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, [QE][QS]ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ; [QE]
15. [QS]ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; [QE][QS]ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ ! [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 144 / 150
ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି 1 2 *ଦାଉଦଙ୍କର ଗୀତ। *ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, *ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। *ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ* ଗୋଷ୍ଠୀସମୂହକୁ ମୋ’ ଲୋକମାନଙ୍କୁ ମୋ’ ପଦତଳେ ବଶୀଭୂତ କରନ୍ତି। 3 ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ସେ ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ? 4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ। 5 ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ। 6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର। 7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ 8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। 9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। 10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି। 11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। 12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ; 13 ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ; 14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ; 15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ !
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 144 / 150
×

Alert

×

Oriya Letters Keypad References