ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତିଗାନ} [PS] ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; [QBR] ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, [QBR]
2. ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; [QBR] ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। [QBR]
3. ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; [QBR] ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ। [QBR]
4. ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ [QBR] ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। [QBR]
5. ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ [QBR] ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି। [QBR]
6. ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; [QBR] ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। [QBR]
7. ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ [QBR] ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ। [QBR]
8. ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; [QBR] କ୍ରୋଧରେ ଧୀର ଓ ଦୟାରେ ମହାନ। [QBR]
9. ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; [QBR] ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। [QBR]
10. ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; [QBR] ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; [QBR]
11. ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି [QBR] ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, [QBR]
12. ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ [QBR] ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। [QBR]
13. ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ [QBR] ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। [QBR]
14. ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି [QBR] ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି। [QBR]
15. ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; [QBR] ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। [QBR]
16. ତୁମ୍ଭେ ଆପଣା ହସ୍ତ ମେଲାଇ [QBR] ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ। [QBR]
17. ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ [QBR] ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, [QBR]
18. ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, [QBR] ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। [QBR]
19. ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; [QBR] ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। [QBR]
20. ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; [QBR] ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ। [QBR]
21. ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ [QBR] ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 145 / 150
ଗୀତସଂହିତା 145:83
ସ୍ତୁତିଗାନ 1 ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, 2 ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। 3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ। 4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। 5 ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି। 6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। 7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ। 8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ। 9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। 10 ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। 13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। 14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି। 15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। 16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ। 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, 18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। 19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ। 21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 145 / 150
Common Bible Languages
West Indian Languages
×

Alert

×

oriya Letters Keypad References