ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସ୍ତୁତିଗାନ } [QS][PS]*ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। *[PE][PBR]ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; *[PE][QS]ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, [QE]
2. [QS]ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; [QE][QS]ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। [QE]
3. [QS]ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; [QE][QS]ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ। [QE]
4. [QS]ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ [QE][QS]ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। [QE]
5. [QS]ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ [QE][QS]ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି। [QE]
6. [QS]ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; [QE][QS]ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। [QE]
7. [QS]ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ [QE][QS]ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ। [QE]
8. [QS]ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; [QE][QS]କ୍ରୋଧରେ ଧୀର ଓ ଦୟାରେ ମହାନ। [QE]
9. [QS]ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; [QE][QS]ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। [QE]
10. [QS]ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; [QE][QS]ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; [QE]
11. [QS]ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି [QE][QS]ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, [QE]
12. [QS]ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ [QE][QS]ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। [QE]
13. [QS]ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ [QE][QS]ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। [QE]
14. [QS]ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି [QE][QS]ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି। [QE]
15. [QS]ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; [QE][QS]ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। [QE]
16. [QS]ତୁମ୍ଭେ ଆପଣା ହସ୍ତ ମେଲାଇ [QE][QS]ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ। [QE]
17. [QS]ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ [QE][QS]ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, [QE]
18. [QS]ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, [QE][QS]ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। [QE]
19. [QS]ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; [QE][QS]ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। [QE]
20. [QS]ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; [QE][QS]ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ। [QE]
21. [QS]ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ [QE][QS]ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 145 / 150
ସ୍ତୁତିଗାନ 1 *ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। *ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; *ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, 2 ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। 3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ। 4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। 5 ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି। 6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। 7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ। 8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ। 9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। 10 ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। 13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। 14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି। 15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। 16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ। 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, 18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। 19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ। 21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 145 / 150
×

Alert

×

Oriya Letters Keypad References