1. {ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ} PS ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର। |
2. ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି;
ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। |
3. ତୁମ୍ଭେମାନେ ଅଧିପତିମାନଙ୍କ ଉପରେ,
କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। |
7. ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି;
ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। |
8. ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;
ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। |
9. ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି;
ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। |
10. ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ,
ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE |