ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର। [QE]
2. [QS]ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; [QE][QS]ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। [QE]
3. [QS]ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, [QE][QS]କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। [QE]
4. [QS]ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; [QE][QS]ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ। [QE]
5. [QS]ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, [QE][QS]ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ; [QE]
6. [QS]ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର [QE][QS]ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; [QE][QS]ସେ ସଦାକାଳ ସତ୍ୟ ପାଳନ କରନ୍ତି; [QE]
7. [QS]ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; [QE][QS]ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; [QE][QS]ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। [QE]
8. [QS]ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; [QE][QS]ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; [QE][QS]ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। [QE]
9. [QS]ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; [QE][QS]ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; [QE][QS]ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। [QE]
10. [QS]ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, [QE][QS]ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 146 / 150
ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର। 2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। 4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ। 5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ; 6 ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି; 7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। 8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। 9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। 10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 146 / 150
×

Alert

×

Oriya Letters Keypad References