ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ତୁତିଗାନ } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; [QE][QS]ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। [QE]
2. [QS]ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; [QE][QS]ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି। [QE]
3. [QS]ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି [QE][QS]ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। [QE]
4. [QS]ସେ ତାରାଗଣର ସଂଖ୍ୟା କରନ୍ତି; [QE][QS]ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। [QE]
5. [QS]ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; [QE][QS]ତାହାଙ୍କର ବୁଦ୍ଧି ଅସୀମ। [QE]
6. [QS]ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; [QE][QS]ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି। [QE]
7. [QS]ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; [QE][QS]ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର; [QE]
8. [QS]ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, [QE][QS]ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, [QE][QS]ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। [QE]
9. [QS]ସେ ପଶୁକୁ ତାହାର ଆହାର ଦିଅନ୍ତି [QE][QS]ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି। [QE]
10. [QS]ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; [QE][QS]ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି। [QE]
11. [QS]ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ [QE][QS]ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି। [QE]
12. [QS]ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; [QE][QS]ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର; [QE]
13. [QS]କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; [QE][QS]ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି। [QE]
14. [QS]ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; [QE][QS]ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି। [QE]
15. [QS]ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; [QE][QS]ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ। [QE]
16. [QS]ସେ ମେଷଲୋମ ପରି ତୁଷାର ଦିଅନ୍ତି; [QE][QS]ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି। [QE]
17. [QS]ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; [QE][QS]ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ? [QE]
18. [QS]ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; [QE][QS]ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ। [QE]
19. [QS]ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି [QE][QS]ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି। [QE]
20. [QS]ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; [QE][QS]ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 147 / 150
ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ତୁତିଗାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। 2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି। 3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। 4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। 5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ। 6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି। 7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର; 8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। 9 ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି। 10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି। 11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି। 12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର; 13 କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି। 14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି। 15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ। 16 ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି। 17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ? 18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ। 19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି। 20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 147 / 150
×

Alert

×

Oriya Letters Keypad References