ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; [QE][QS]ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। [QE]
2. [QS]ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; [QE][QS]ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QE]
3. [QS]ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QE][QS]ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QE]
4. [QS]ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, [QE][QS]ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QE]
5. [QS]ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; [QE][QS]କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। [QE]
6. [QS]ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; [QE][QS]ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। [QE]
7. [QS]ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, [QE][QS]ହେ ତିମିଙ୍ଗିଳ ଓ ସକଳ ବାରିଧି; [QE]
8. [QS]ଅଗ୍ନି[* ଅଗ୍ନି ବିଜୁଳି ] ଓ ଶିଳା, ହିମ ଓ ବାଷ୍ପ; [QE][QS]ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; [QE]
9. [QS]ପର୍ବତ ଓ ସକଳ ଉପପର୍ବତ; [QE][QS]ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; [QE]
10. [QS]ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; [QE][QS]ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ; [QE]
11. [QS]ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; [QE][QS]ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। [QE]
12. [QS]ଯୁବକ ଓ ଯୁବତୀମାନେ; [QE][QS]ବୃଦ୍ଧ ଓ ବାଳକମାନେ; [QE]
13. [QS]ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; [QE][QS]କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; [QE][QS]ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। [QE]
14. [QS]ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, [QE][QS]ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ [QE][QS]ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 148 / 150
ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। 2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। 6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। 7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; 8 ଅଗ୍ନି* ଅଗ୍ନି ବିଜୁଳି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; 9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; 10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ; 11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। 12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 148 / 150
×

Alert

×

Oriya Letters Keypad References