ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; [QBR] ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। [QBR]
2. ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; [QBR] ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR]
3. ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR] ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR]
4. ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, [QBR] ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR]
5. ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; [QBR] କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। [QBR]
6. ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; [QBR] ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। [QBR]
7. ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, [QBR] ହେ ତିମିଙ୍ଗିଳ ଓ ସକଳ ବାରିଧି; [QBR]
8. ଅଗ୍ନି [* ଅଗ୍ନି ବିଜୁଳି] ଓ ଶିଳା, ହିମ ଓ ବାଷ୍ପ; [QBR] ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; [QBR]
9. ପର୍ବତ ଓ ସକଳ ଉପପର୍ବତ; [QBR] ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; [QBR]
10. ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; [QBR] ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ; [QBR]
11. ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; [QBR] ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। [QBR]
12. ଯୁବକ ଓ ଯୁବତୀମାନେ; [QBR] ବୃଦ୍ଧ ଓ ବାଳକମାନେ; [QBR]
13. ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; [QBR] କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; [QBR] ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। [QBR]
14. ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, [QBR] ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ [QBR] ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 148 / 150
ଗୀତସଂହିତା 148:64
ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। 2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। 6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। 7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; 8 ଅଗ୍ନି * ଅଗ୍ନି ବିଜୁଳି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; 9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; 10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ; 11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। 12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 148 / 150
Common Bible Languages
West Indian Languages
×

Alert

×

oriya Letters Keypad References