ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତି ଭଜନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ [QBR] ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। [QBR]
2. ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; [QBR] ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। [QBR]
3. ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; [QBR] ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। [QBR]
4. କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; [QBR] ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। [QBR]
5. ଭକ୍ତଗଣ ବିଜୟରେ [* ବିଜୟରେ ଗୌରବରେ] ଉଲ୍ଲସିତ ହେଉନ୍ତୁ; [QBR] ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। [QBR] ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; [QBR]
6. ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। [QBR]
7. ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, [QBR] ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, [QBR]
8. ସେମାନଙ୍କ ରାଜାଗଣକୁ ଶିକୁଳିରେ [QBR] ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, [QBR]
9. ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, [QBR] ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 149 / 150
ଗୀତସଂହିତା 149:136
ସ୍ତୁତି ଭଜନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। 5 ଭକ୍ତଗଣ ବିଜୟରେ * ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; 6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, 8 ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, 9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 149 / 150
Common Bible Languages
West Indian Languages
×

Alert

×

oriya Letters Keypad References