ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସ୍ତୁତି ଭଜନ } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ [QE][QS]ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। [QE]
2. [QS]ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; [QE][QS]ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। [QE]
3. [QS]ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; [QE][QS]ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। [QE]
4. [QS]କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; [QE][QS]ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। [QE]
5. [QS]ଭକ୍ତଗଣ ବିଜୟରେ[* ବିଜୟରେ ଗୌରବରେ ] ଉଲ୍ଲସିତ ହେଉନ୍ତୁ; [QE][QS]ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। [QE][QS]ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; [QE]
6. [QS]ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। [QE]
7. [QS]ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, [QE][QS]ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, [QE]
8. [QS]ସେମାନଙ୍କ ରାଜାଗଣକୁ ଶିକୁଳିରେ [QE][QS]ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, [QE]
9. [QS]ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, [QE][QS]ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 149 / 150
ସ୍ତୁତି ଭଜନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। 5 ଭକ୍ତଗଣ ବିଜୟରେ* ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; 6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, 8 ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, 9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 149 / 150
×

Alert

×

Oriya Letters Keypad References