ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ନିର୍ଭରଶୀଳ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।) *[PE][PBR]ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ। *[PE][QS]ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। [QE]
3. [QS]ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। [QE]
4. [QS]ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, [QE][QS]କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ। [QE]
5. [QS]ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। [QE]
6. [QS]ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। [QE]
7. [QS]ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। [QE]
8. [QS]ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ। [QE]
9. [QS]ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ। [QE]
10. [QS]କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। [QE]
11. [QS]ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।” [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 150
ନିର୍ଭରଶୀଳ ପ୍ରାର୍ଥନା 1 2 *ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।) *ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ। *ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। 3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। 4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ। 5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। 6 ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। 7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। 8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ। 9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ। 10 କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। 11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 150
×

Alert

×

Oriya Letters Keypad References