1. {#1ଜଣେ ନିରୀହ ଲୋକର ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ପ୍ରାର୍ଥନା। *[PE][PBR]ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; *[PE][QS]ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର। *[PE][QS]ତୁମ୍ଭ ଛାମୁରୁ ମୋ’ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ। [QE]
3. [QS]ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; [QE][QS]ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; [QE][QS]ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। [QE]
4. [QS]ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି। [QE]
5. [QS]ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ। [QE]
6. [QS]ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ। [QE]
7. [QS]ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। [QE]
8. [QS]ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, [QE]
9. [QS]ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ। [QE]
10. [QS]ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି। [QE]
11. [QS]ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥା’ନ୍ତି। [QE]
12. [QS]ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ। [QE]
13. [QS]ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର; [QE]
14. [QS]ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; [QE][QS]ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି। [QE]
15. [QS]ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି। [QE]